ଭୁବନେଶ୍ୱର: ବାତ୍ୟା ପରେ ପୁଣି ଫେରିଲା ତାତି। ଆଗାମୀ ୩ ଦିନ ଯାଏ କଲବଲ କରିବ ତାତି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିର ପ୍ରକୋପ ଅଧିକ ରହିବ। ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆସନ୍ତା ୨୫ ଓ ୨୬ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଓ ସୁନ୍ଦରଗଡ଼ରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।