ନୂଆଦିଲ୍ଲୀ, ୧୪ ଅଗଷ୍ଟ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଏ ସମ୍ପର୍କରେ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଟ୍ୱିଟରରେ ସେ ଲେଖିଛନ୍ତି ଯେ ଆଜି ତାଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି । ଏଥିପାଇଁ ସେ ଶୁଭେଚ୍ଛୁମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ତେବେ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଆଉ କିଛିଦିନ ଏକାନ୍ତବାସରେ ରହିବେ ବୋଲି ଲେଖିଛନ୍ତି । ଏହା ସହିତ ମେଦାନ୍ତ ହସପିଟାଲରେ ତାଙ୍କ ଚିକିତ୍ସା କରିଥିବା ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି । ଉଲ୍ଲେଖ୍ୟଯୋଗ୍ୟ ଯେ ଗତ ଅଗଷ୍ଟ ୨ ତାରିଖରେ ଅମିତ ଶାହ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।
