Odisha news

ଶାଳପଡ଼ା କନକମଞ୍ଜରୀ ମହିଳା ମହାବିଦ୍ୟାଳୟ ଠାରେ ସମ୍ମନିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

0

ଆନନ୍ଦପୁର : ଆନନ୍ଦପୁର ଶାଳପଡ଼ା କନକମଞ୍ଜରୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ସମ୍ମନିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କ୍ରୀଡ଼ା ସାଂସ୍କୃତିକ ସାମାଜିକ ସେବା ଓ ସଚେତନତା କାର୍ଯ୍ୟକ୍ରମକୁ ନେଇ ଏହି ସମ୍ମନିତ ବିକାଶ କାର୍ଯ୍ୟକ୍ରମରେ ଶାଳପଡ଼ା କନକମଞ୍ଜରୀ ମହିଳା ମହାବିଦ୍ୟାଳୟର ଆୟୋଜିତ ଏହି ଭବ୍ୟ ସମାରୋହରେ ଘଷିପୁରା ବିଧାୟକ ପ୍ରଫେସର ବଦ୍ରିନାରାୟଣ ପାତ୍ର ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ଏବଂ ସମ୍ମାନୀତ ଅତିଥି ଭାବେ ଆନନ୍ଦପୁର ଉପଜିଲ୍ଲାପାଳ ଚିତ୍ତରଞ୍ଜନ ମହାନ୍ତ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ଏହି ନୂଆ-ଓ ଓଡ଼ିଶା ନୂଆ ବାର୍ତ୍ତା ବହନ କରି ଛାତ୍ରୀମାନଙ୍କ ମଧ୍ୟରେ ରହିଥିବା ଲୁକାୟିତ ପ୍ରତିଭା ଓ ଦକ୍ଷତାର ବିକାଶ ସହିତ ମନୋରଞ୍ଜନର ନୁଆ ଧାରା ସୃଷ୍ଟି କରିବ ବୋଲି ପ୍ରକାଶ କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷା ସ୍ଵଭଗ୍ୟମୟୀ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମକୁ ଅଧ୍ୟାପିକା ମନୋରମା ମିଶ୍ର ସଂଯୋଜନା କରିଥିଲେ । ସମ୍ମାନୀତ ଅତିଥି ଭାବେ ଆନନ୍ଦପୁର ଉପଜିଲ୍ଲାପାଳ ଚିତ୍ତରଞ୍ଜନ ମହାନ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷା ନିରୁପମା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ । ମୁଖ୍ୟ ବକ୍ତା ଭାବେ ଘଷିପୁରା ବିଧାୟକ ପ୍ରଫେସର ବଦ୍ରିନାରାୟଣ ପାତ୍ର ଯୋଗଦେଇ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସମ୍ପର୍କରେ ଛାତ୍ରୀମାନଙ୍କୁ ସଚେତନ କରାଇଥିଲେ। ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ଛାତ୍ରୀମାନଙ୍କୁ ଉତ୍ସାହିତ କରିବାକୁ ପ୍ରୟାସ କରାଯାଇଥିଲା । ପରେ ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି ଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ କାର୍ଯ୍ୟକ୍ରମକୁ ପରିଚାଳନାରେ ସହଯୋଗ କରିଥିଲା ବେଳେ ଅନୁରାଧା ମହାନ୍ତି ଧନ୍ୟବାଦ୍ ଅର୍ପଣ କରିଥିଲେ ।

IEC 2 years
Leave A Reply