Odisha news

ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

0

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୧୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୨ ଜଣ, ସୁନ୍ଦରଗଡ଼ରୁ ଜଣେ ଓ ଭଦ୍ରକ ଜିଲ୍ଲାରୁ ଜଣେ ନୂଆ ଆକ୍ରାନ୍ତ ଅଛନ୍ତି।

ଗଞ୍ଜାମରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୩ରେ ପହଞ୍ଚିଛି। ସେହିପରି ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୧୩ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୭ଜଣ ଚିକିତ୍ସାଧୀନ ଥିବାବେଳେ ୬ ଜଣ ସୁସ୍ଥ ହୋଇଛନ୍ତି। ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ୧୨ଜଣ ସୁସ୍ଥ ହୋଇଥିବାବେଳେ ୧୩ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯ ଜଣ ଚିକିତ୍ସାଧୀନ ଥିବାବେଳେ ୬୩ ଜଣ ସୁସ୍ଥ ହୋଇଛନ୍ତି। ତେବେ ୨ଜଣଙ୍କ ମୃତ୍ୟୁ ଘଟିଛି।

Leave A Reply