Odisha news

ପୁଣି ନୂଆ ୪୮ କରୋନା ଆକ୍ରାନ୍ତ‌ ଚିହ୍ନଟ : ଗଞ୍ଜାମରୁ ୧୨ଜଣ, ବାଲେଶ୍ୱରରୁ ୧୨ଜଣ, ପୁରୀରୁ ୧୦ଜଣ, ଭଦ୍ରକରୁ ୬ଜଣ, ଯାଜପୁରରୁ ୨ଜଣ, ନୟାଗଡ଼ରୁ ୩ଜଣ, ସୁନ୍ଦରଗଡ଼, କଟକ ଓ ଦେବଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ

0

ଭୁବନେଶ୍ବର:  ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨କୁ ବୃଦ୍ଧି ପାଇଛି। ରାଜ୍ୟରେ ୧୪ ତାରିଖରେ ୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୪୮ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଓ ବାଲେଶ୍ୱରରୁ ସର୍ବାଧିକ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୁରୀରୁ ୧୦, ଭଦ୍ରକରୁ ୬ , ଯାଜପୁରରୁ ୨, ନୟାଗଡରୁୁ ୩ , ଦେବଗଡ଼, ସୁନ୍ଦରଗଡ଼ ଓ କଟକରୁ ଜଣେ ଲେଖାଏଁ ନୂଆ ଆକ୍ରାନ୍ତ ଠାବ ହୋଇଥିବା ଜଣାଯାଇଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୧୧ ଥିବା ବେଳେ ୧୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩ଜଣଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଗତକାଲି ରାଜ୍ୟରେ ପୁଣି ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏମାନେ ସମସ୍ତେ କେନ୍ଦ୍ରାପଡ଼ା ଜିଲ୍ଲାର ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା। ଏମାନେ ସମସ୍ତେ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ସୁରତ ଫେରନ୍ତା ବୋଲି ସୂଚନା ଦିଆଯାଇଥିଲା। ଜିଲ୍ଲାପାଳ ଟୁଇଟ୍ ଯୋଗେ ଏହି ସୂଚନା ଦେଇଥିଲେ। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୪ରେ ପହଞ୍ଚିଥିଲା।

Leave A Reply