ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୨ ଜଣ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି । ଗଂଜାମ ଜିଲ୍ଲାରୁ ୪୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ, ରାଉରକେଲାରୁ ୨ ଜଣ, ଭଦ୍ରକ, ମୟୂରଭଂଜ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ୪୯୭ ଜଣ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ଚିକିତ୍ସିତ ହେଉଥିବା ମହାରାଷ୍ଟ୍ରର ଜଣେ ବ୍ୟକ୍ତି ମଧ୍ୟ କୋଭିଡ-୧୯ରୁ ସୁସ୍ଥ ହୋଇଛନ୍ତି ।
ସୂଚନାଯୋଗ୍ୟ ରାଜ୍ୟରେ ଏ ପର୍ଯ୍ୟନ୍ତ ୧ ଲକ୍ଷ ୧୮ ହଜାର ୪୪୬ ଜଣଙ୍କର ଆରଟି ପିସିଆର ନମୁନା ପରୀକ୍ଷା ହୋଇଛି । ଏଥିରୁ ୧୨୬୯ ଜଣଙ୍କ ନମୁନା ରିପୋର୍ଟ ପଜିଟିଭ ଆସିଥିବା ବେଳେ ୪୯୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ୭୫୬ ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି ।