Odisha news

ଆଜି ପୁଣି ୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ

0

ଭୁବନେଶ୍ୱର: ରାଜ୍ୟରେ ଆଉ ନୂଆ ୬୫ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ୩୧, ଗଞ୍ଜାମ ଜିଲ୍ଲାରୁ ୧୩, ପୁରୀରୁ ୪, ଭଦ୍ରକରୁ ୬ , ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜ ଓ ନୟାଗଡରୁ ୨ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଓ କଟକ ଜିଲ୍ଲାରୁ ୬ ଜଣ ନୂଆ ଆକ୍ରାନ୍ତ ଠାବ ହୋଇଥିବା ଜଣାଯାଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫୬୮ ଜଣ ଚିକିତ୍ସାଧୀନ ଥିବାବେଳେ ୧୬୬ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି।

Leave A Reply