Odisha news

ରାଜ୍ୟରେ ଆଜି ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ

0

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୮୭ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ବୋଲି ସୂଚନା ରହିଛି । ଆଜି ପ୍ରଥମ ଥର ଲାଗି ସମ୍ବଲପୁର ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏତଦବ୍ୟତୀତ ଭଦ୍ରକ ଜିଲ୍ଲାରୁ୨୮, ବାଲେଶ୍ୱର ଜିଲ୍ଲାରୁ ୧୭, ଗଞ୍ଜାମ ଜିଲ୍ଲାରୁ ୧୫, କଟକ ଜିଲ୍ଲାରୁ ୧୨, ପୁରୀ ଜିଲ୍ଲାରୁ ୭, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ୩, ବଲାଙ୍ଗୀର ଜିଲ୍ଲାରୁ ୨, କେନ୍ଦ୍ରାପଡ଼ା ଜିଲ୍ଲାରୁ୧ ଓ ସୁନ୍ଦରଗଡ ଜିଲ୍ଲାରୁ୧ ଜଣ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୨୭ ଥିବା ବେଳେ,  ଏଯାବତ୍ ୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ୧୯୬ଜଣ ସୁସ୍ଥ ହୋଇଛନ୍ତି। ଆଜି ରାଜ୍ୟରେ ଦୁଇଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।  ୨ ମୃତକ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା ଦିଆଯାଇଛି। ପୂର୍ବରୁ ଜଣଙ୍କର ମୃତ୍ୟୁ ସହ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି । ଏ ନେଇ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ, ଅନ୍ୟପଟେ, ଗଞ୍ଜାମ ଜିଲ୍ଲାରେ ଆଜି ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଦୁଇ ଜଣ ପୁରୁଷ ହୋଇଥିବା ବେଲେ ସେମାନଙ୍କ ବୟସ ଜଣଙ୍କର ୩୮ବର୍ଷ ବୟସ ହୋଇଥିବା ବେଳେ ଅନ୍ୟ ଜଣଙ୍କ ବୟସ ୪୫ ବର୍ଷ ଥିବା ନେଇ ସୂଚନା ମିଳିଛି । ତେବେ ମୃତକ ଦୁଇ ଜଣ ସୁରତ ଫେରନ୍ତା ବୋଲି ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ପୂର୍ବରୁ ଜିଲ୍ଲାରେ ଜଣଙ୍କର ମୃତ୍ୟୁ ଘଟିଥିଲା । ଫଳରେ ଗଂଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି ।

Govt
Leave A Reply