ଭୁବନେଶ୍ୱର: ରାଜ୍ୟରେ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳେ ଗଞ୍ଜାମ ଜିଲ୍ଲାରେ ଦୁଇ କରୋନା ପଜିଟିଭି ଚିହ୍ନଟ ହେବା ପରେ ପୁଣି ଝାରସୁଗୁଡ଼ାରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ ଛୁଇଁଛି। ତେବେ ଝାରସୁଗୁଡ଼ା ଆକ୍ରାନ୍ତ ଜଣକ ଜଣେ ୪୦ ବର୍ଷୀୟା ମହିଳା। ସେ କରୋନା ଆକ୍ରାନ୍ତ ସଂସ୍ପର୍ଶରେ ଆସି ସଂକ୍ରମିତି ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।
