Odisha news

ପୁଣି ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛି ଯାଜପୁର ଜିଲ୍ଲାର

0

ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୩ ନୂଆ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି। ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ୩୯ ଜଣ ସୁସ୍ଥ ହୋଇଛନ୍ତି ଓ ୮୮ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ୩୧, ୬୯୬ଟି ସାମ୍ପଲ୍ ଟେଷ୍ଟ ହୋଇଛି।

Leave A Reply