ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ୩ ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାର। ଏହା ସହିତ ମୟୂରଭଞ୍ଜ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୨୨ ଜଣ ଚିକିତ୍ସାଧୀନ ଥିବାବେଳେ ୬୩ ଜଣ ସୁସ୍ଥ ହୋଇଛନ୍ତି। ତେବେ ୨ଜଣଙ୍କ ମୃତ୍ୟୁ ଘଟିଛି।