Odisha news

ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ

0

ଭୁବନେଶ୍ବର: ପୁଣି ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ଢ଼େଙ୍କାନାଳ ଟାଉନରୁ ଜଣେ ୫୧ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିଛି। ଏଥିସହ ପଶ୍ଚିମବଙ୍ଗର ମେଦିନ ପୁରରୁ ଆସି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ୬୯ ବର୍ଷିୟ ବ୍ୟକ୍ତି କରୋନା ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି।

Govt
Leave A Reply