ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଜଣେ ଦକ୍ଷ ସଂଗଠକ ଥିଲେ ଏବଂ ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ଅପୂରଣୀୟ କ୍ଷତି ହୋଇଛି ବୋଲି ଶ୍ରୀ ପଣ୍ଡା ନିଜର ଶୋକ ବାର୍ତ୍ତାରେ କହିଛନ୍ତି । ଶ୍ରୀ ପଣ୍ଡା ଏହି ଦୁଃଖଦ ପରିସ୍ଥିତିରେ ତାଙ୍କ ପରିବାରଙ୍କ ପ୍ରତି ସମବେଦନା ଜ୍ଞାପନ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି।