ଭୁବନେଶ୍ୱର,ତା.୦୮/୦୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ୮ ଥର ସାଂସଦ ଶ୍ରୀ ଅର୍ଜୁନ ସେଠୀଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ମନ୍ତ୍ରୀମଣ୍ଡଳରେ ସ୍ୱର୍ଗତଃ ସେଠୀ ଜଳସଂପଦ ମନ୍ତ୍ରୀ ଭାବେ ଦାୟୀତ୍ୱ ନିର୍ବାହ କରିଥିଲେ । ରାଜ୍ୟ ରାଜନିତୀରେ ଚର୍ଚ୍ଚିତ ଚେହେରା ୮ ଥର ସାଂସଦ ଓ ୨ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ସ୍ୱର୍ଗତଃ ସେଠୀଙ୍କ ବିୟୋଗ ରାଜ୍ୟ ରାଜନୀତି ପାଇଁ ଏକ ଅପୁରଣୀୟ କ୍ଷତି । ଏଭଳି ଘଡିସନ୍ଧି ମୁହୁର୍ତରେ ଅମର ଆତ୍ମାର ସଦ୍ଗତି କାମନା କରି ଶୋକସନ୍ତପ ପରିବାରକୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ପ୍ରାର୍ଥନା କରିଛନ୍ତି ।