Odisha news

ଆସ୍କାରେ ଗୁରୁତ୍ବପୂର୍ଣ୍ଣ ସେତୁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟନ : ଚଳିତ ବର୍ଷ ରାଜ୍ୟ ରେ ୧୦୦୦ କିମି ରାସ୍ତା ଓ ତିରିଶ ଟି ସେତୁ ନିର୍ମାଣ କରାଯିବ

ଖୁସିର କଥା, ଆଜି ଆସ୍କାରେ ଏକ ଗୁରୁତ୍ବପୂର୍ଣ୍ଣ ସେତୁର  ଉଦଘାଟନ କରାଗଲା । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ ପୁନରୁଦ୍ଧାର କରାଯାଇ ଏହାକୁ ନିର୍ମାଣ କରାଯାଇଛି । ଜିଲ୍ଲାର ବିଭିନ୍ନ ଅଞ୍ଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ସଂଯୋଗ ଭାବେ କାର୍ଯ୍ୟ କରିବ । ଆସ୍କା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ବରକୁ ଦୂରତା ମଧ୍ୟ କମିବ । ଏହାଦ୍ବାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ କମ୍ୟୁନିକେସନରେ ସୁବିଧା ଆସିବ।
      ଗଞ୍ଜାମ ଜିଲ୍ଲା ଆମ ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର । ଜିଲ୍ଲାର ଜନସାଧାରଣ ସେମାନଙ୍କ ପରିଶ୍ରମ  ପାଇଁ ସୁନାମ  କରିଛନ୍ତି । ଏହି ସେତୁ ଦ୍ବାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି ମୁଁ ଆଶା କରୁଛି ।
ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି।  ସଡକ, ସେତୁ ନିର୍ମାଣରେ ଆଖି ଦୃଷ୍ଟିଆ ଉନ୍ନତି ଆସିଛି। ଟିୟୁରିସମ ,ଖେଳ ,  ଆଦି  କ୍ଷେତ୍ରରେ ବିଶ୍ଵସ୍ଥରୀଅ ଭିତିଭୂମି ନିର୍ମାଣ କରାଯାଉଛି।  ଚଳିତ ଆର୍ଥିକ ବର୍ଷ ପାଇଁ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି ।  ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ।
ରାଜ୍ୟର ଭିତ୍ତିଭୂମି ଆପଣମାନଙ୍କ ସମ୍ପତ୍ତି । ଆପଣଙ୍କ ଟଙ୍କାରେ, ଆପଣଙ୍କ ସୁବିଧା ପାଇଁ ଏହା ନିର୍ମାଣ କରାଯାଉଛି । ତେଣୁ ଆପଣମାନେ ଏହି ସମ୍ପତ୍ତିର ସୁରକ୍ଷା ଉପରେ ଧ୍ୟାନ ଦେବେ ବୋଲି ମୁଁ ଆଶା କରୁଛି ।
ଗଞ୍ଜାମ ଜିଲ୍ଲା କୋଭିଡ ପରିଚାଳନା କ୍ଷେତ୍ରରେ ସାରା ଦେଶରେ ସୁନାମ ଅର୍ଜନ କରିଛି । ଏଥିପାଇଁ ଜିଲ୍ଲାର ଜନସାଧାରଣଙ୍କୁ ମୁଁ ଧନ୍ୟବାଦ ଦେଉଛି । କିନ୍ତୁ ବିପଦ ଏବେ ବି ଯାଇନାହିଁ । ଦ୍ୱିତୀୟ ଲହର ର ଭୟ ରହିଛି । ତେଣୁ ଆପଣମାନଙ୍କୁ ମୋର ନିବେଦନ, ଆପଣମାନେ କୋଭିଡର ସବୁ ନିୟମକୁ ପାଳନ କରନ୍ତୁ । ମାସ୍କ ପିନ୍ଧୁନ୍ତୁ, ହାତ ଧୁଅନ୍ତୁ ଓ ଭିଡ ଜାଗାରେ ସାମାଜିକ ଦୂରତା ରଖନ୍ତୁ ।ଏହି କାର୍ଯ୍ୟକ୍ରମ ରେ ଆସ୍କା ଏମ୍ ପି ଆସ୍କା ବିଧାୟକ  ଜିଲ୍ଲା  ପରିଷଦ ସଭାପତି  ଓ ଜିଲ୍ଲାପାଳ ପ୍ରମୁଖ ଉଦ୍ ବୋଧନ  ଦେଇଥିଲେ ।

Comments are closed.