ଆଠଗଡ଼ ତା ୨୭-୧୨-୨୩ ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଯାୟୀ ଆଜି ଆଠଗଡ଼ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଲୋକନାଥ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ର ବିକାଶରେ ଯୁବ ସମାଜର ଭାଗିଦାରୀ ପାଇଁ ରାଜ୍ୟ ସରକାରଙ୍କ ଏପରି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା କହିଥିଲେ। ଅନ୍ୟତମ ଅତିଥି ଭାବେ ନଗର ପାଳ ସସ୍ମିତା ରାଉତ ଓ ମୁଖ୍ୟ ବକ୍ତା ଭାବେ ଶିକ୍ଷା ବିତ ନାରାୟଣ ପଣ୍ଡା ଯୋଗଦେଇଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ଙ୍କ ଟିମ୍ ଦ୍ଵାରା ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଛାତ୍ର ଛାତ୍ରୀ ମାନେ ଉପଭୋଗ କରିଥିଲେ।