Odisha news

ବାଲିକୁଦାର ପୂର୍ବତନ ବିଧାୟକ ବରିଷ୍ଠ ବିଜେଡି ନେତା ଉମେଶ ଚନ୍ଦ୍ର ସ୍ୱାଇଁ ଙ୍କ ପରଲୋକରେ ବରିଷ୍ଠ ବିଜେବି ନେତା ବୈଜୟନ୍ତ ପଣ୍ଡା ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି

0

ବାଲିକୁଦାର ପୂର୍ବତନ ବିଧାୟକ ବରିଷ୍ଠ ବିଜେଡି ନେତା ଉମେଶ ଚନ୍ଦ୍ର ସ୍ୱାଇଁ ଙ୍କ ପରଲୋକରେ ବରିଷ୍ଠ ବିଜେବି ନେତା ବୈଜୟନ୍ତ ପଣ୍ଡା ଗଭୀର ଶୋକ ପ୍ରକାଶ କରିବା ସହିତ ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ଦିବଂଗତ ଆତ୍ମାର ସଦଗତି କାମନା କାମନା କରିଛନ୍ତି l

ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରରେ ଆଜି ସକାଳୁ ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ରହିଛି । ବାଲିକୁଦା ବ୍ଲକ ମାଛଗାଁ ପଞ୍ଚାୟତ ମାଛଗାଁ ଗ୍ରାମର ଏକ ସମ୍ଭ୍ରାନ୍ତ ପରିବାରରେ ଜନ୍ମ ଗ୍ରହଣ କରିଥିବା କାର୍ତିକ ସ୍ବାଇଁଙ୍କ ୪ ସନ୍ତାନ ମଧ୍ୟରୁ କନିଷ୍ଠ ପୁତ୍ର ହେଉଛନ୍ତି ଉମେଶ | ବାଲିକୁଦା ନିର୍ବାଚନ ମଣ୍ଡଳୀରୁ ୪ ଥର ଓଡ଼ିଶା ବିଧାନସଭାକୁ ପ୍ରତିନିଧିତ୍ୱ କରିଥିବା ୭୪ ବର୍ଷୀୟ ଉମେଶ ଚନ୍ଦ୍ର ସ୍ବାଇଁ ଛାତ୍ର ଜୀବନରୁ ଥିଲେ ଉଚ୍ଚାଭିଳାସୀ ,କିଛି କରିବାର ଆଶା ନେଇ ଓ ଅଞ୍ଚଳର ଲୋକମାନଙ୍କୁ ସହଯୋଗ କରିବା ପାଇଁ ପ୍ରଥମେ ସେ ଛାତ୍ର ରାଜନୀତିରେ ପ୍ରବେଶ କରି ମଧୁସୂଦନ ଆଇନ କଲେଜରେ ଛାତ୍ର ସଂସଦ ସଭାପତି ରୂପେ ନିର୍ବାଚିତ ହୋଇଥିଲେ।

Govt
Leave A Reply