ଡାକ୍ତର ଦାମ ରାଉତଙ୍କ ବିୟୋଗରେ ବୈଜୟନ୍ତ ପଣ୍ଡା ଗଭୀର ଶୋକ ପ୍ରକାଶ କରିଛନ୍ତି lବୈଜୟନ୍ତ ପଣ୍ଡା ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ।

ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।