Odisha news

ଆରସା ସରକାରୀ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ

0

ତିହିଡି,୧୦/୦୧(ଯଦୁମଣି ପାଣିଗ୍ରାହୀ): ତିହିଡି ବ୍ଲକ ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତର ଆରସା ସରକାରୀ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଶୁକ୍ରବାର ଦିନ ଉଦଘାଟିତ ହୋଇଯାଇଛି । ୩ ଦିନ ଧରି ଅନୁଷ୍ଠିତ ହେଉଥିବା ଏହି ସମାରୋହର ଉଦଘାଟନୀ ଦିବସର ପ୍ରଥମ ଅଧିବେଶନରେ ସୁବର୍ଣ୍ଣ ଜୟନ୍ତୀ କମିଟିର ସଭାପତି ପ୍ରଫୁଲ୍ଲ କୁମାର ରାଉତ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବାସୁଦେବପୁର ବିଧାୟକ ଅଶୋକ ଦାସ, ସମ୍ମାନୀତ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ଶୁଭସ୍ମିତା ତ୍ରିପାଠୀ, ସରପଞ୍ଚ ସସ୍ମିତା ମଲ୍ଲିକ, ସମିତିସଭ୍ୟ ଶୁକଦେବ ମଲ୍ଲିକ, ସିଆରସିସି କେଶବ ଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ । ପୁରାତନ ଛାତ୍ର ସୁଶାନ୍ତ ବାରିକ ସ୍ୱାଗତ ଭାଷଶ ଦେଇଥିବା ବେଳେ ହାଇସ୍କୁଲର ଛାତ୍ରଛାତ୍ରୀ ମାନେ ‘ବନେ୍ଦ ଉକ୍ରଳ ଜନନୀ ପରିବେଷଣ କରିଥିଲେ । ଏହି ଅବସରରେ ପୁରାତନ ଶିକ୍ଷକ-ଶିକ୍ଷୟିତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପୂର୍ବାହ୍ଣରେ ପୁରାତନ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ଦ୍ୱାରା ସୁବର୍ଣ୍ଣ ଜୟନ୍ତୀ ସ୍ମାରକୀ ଶିଳା ଉଦଘାଟନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ୨ୟ ଅଧିବେଶନରେ ପୁରାତନ ଛାତ୍ର ସଂସଦର ସଭାପତି ଗୌରହରି ମହାନ୍ତି ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟବକ୍ତା ଭାବେ ପ୍ରବଚକ ବିରେନ୍ଦ୍ର ପଣ୍ଡା, ସମ୍ମାନୀତ ଅତିଥି ଭାବେ ପ୍ରାକ୍ତନ ସାଂସଦ ଖାରବେଳ ସ୍ୱାଇଁ, ବିଧାୟକ ବ୍ୟୋମକେଶ ରାୟ, ସଞ୍ଜିବ ମଲ୍ଲିକ, ପ୍ରାକ୍ତନ ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଗୀତିକାର ପଞ୍ଚାନନ ନାୟକ, ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସ, ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷା ବିଦୁ୍ୟତଲତା ନାୟକ, ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ ଓ ଜିଲ୍ଲା ପରିଷଦ ସଭ୍ୟା ସୁମତୀ ସେଠୀ ପ୍ରମୁଖ ଯୋଗ ଦେଇଥିଲେ । ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ହାଇସ୍କୁଲର ପୁରାତନ ଛାତ୍ରଛାତ୍ରୀ ଓ ହାଇସ୍କୁଲର ଶିକ୍ଷକ-ଶିକ୍ଷୟିତ୍ରୀ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Nalco
Leave A Reply