ବାଲିଗୁଡା, ତା, ୧୬/୦୫ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଆଜି ୧୧ ଦିନରେ ପହଞ୍ଚି ଥିବା ବେଳେ ଶୁକ୍ରବାର ନଗର ଭ୍ରମଣ କାର୍ଯ୍ୟକ୍ରମ ସପ୍ତମ ଦିନରେ ପହଞ୍ଚିଛି l ଏହା ଜୁନ ୫ ତାରିଖରେ ଶେଷ ହେବ l ଏକ ମାସ ବ୍ୟାପୀ ମା’ ଅସ୍ଥାୟୀ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ। ଏ ନେଇ ସମଗ୍ର ବାଲିଗୁଡା ସହର ଉତ୍ସବମୁଖର ହୋଇଉଠିଛି। ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି l ଶୁକ୍ରବାର ୧୧ ଦିନରେ ମା’ ଙ୍କ ଆଗମନ ସମଗ୍ର ଗୁଳିମରାପଦା ସାହିକୁ ପରିଭ୍ରମଣ କରି ଆସିଥିଲେ l ଏହି ଅବସରରେ ସନ୍ଧ୍ୟା ଆଳତୀ ପରେ ପରେ ଏକ ବିରାଟ ପଟୁଆର ରେ ବିଭିନ୍ନ ପ୍ରକାର ନୃତ୍ୟ, ଗୀତ ସହ ଦୁଲଦୁଲି, ବାଘ ନାଚ, କଣ୍ଢେଇ ନାଚ, ରାମାୟଣ ଚରିତ୍ର ର ବିଭିନ୍ନ କଳାକାର ବେଶ ସହ ଏକ ଗାଈ କୁ ବେଶ ଭୁଷା କରି ଅସ୍ଥାୟୀ ପୀଠ ଠାରୁ ବାହାରି ଗାନ୍ଧୀ ଛକ, ମେଡିକାଲ ଛକ, ଶିବ ମନ୍ଦିର ଛକ, ତହସିଲ କାର୍ଯ୍ୟାଳୟ, ଥାନା, ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ, ବ୍ଲକ ଅଫିସ, ଆଇଟିଡ଼ିଏ ଅଫିସ, ଏସଡିପିଓ ଙ୍କ କାର୍ଯ୍ୟାଳୟ, ଟେଲିଫୋନ ଏକ୍ସଚେଞ୍ଜ, ଆଦିବାସୀ ମହାବିଦ୍ୟାଳୟ ଦେଇ ଗୁଳିମରା ପଦା ସାହି ସାହି ସ୍ଥିତ ଅସ୍ଥାୟୀ ପୂଜା ମଣ୍ଡପ ରେ ପହଞ୍ଚି ଥିଲେ l ଉକ୍ତ ପୂଜା ମଣ୍ଡପ ରେ ପହଞ୍ଚିବା ପରେ ସାହିର ସମସ୍ତ ଭକ୍ତ ବିଶେଷ କରି ମହିଳା ଭକ୍ତ ମାନେ ଉପସ୍ଥିତ ରହି ମା’ ଙ୍କ ଶୁଭାଶ୍ରିବାଦ ଭିକ୍ଷା କରିଥିଲେ ଳ ଶେଷରେ ସାହି ବାସିନ୍ଦା ଙ୍କ ତରଫରୁ ଅନ୍ନ ପ୍ରସାଦ ବଣ୍ଟନ ର ବ୍ୟବସ୍ଥା କରାଯାଇଥିଲା l ଏକ ମାସ ଧରି ଚାଲିବାକୁ ଥିବା ଏହି ଯାତ୍ରା ଟାଉନର ଭିନ୍ନ ଭିନ୍ନ ସାହିରେ ପର୍ଦାର୍ପଣ କରିବେ l ଶନିବାର ଦିନ ସ୍ଥାନୀୟ ଡିଏଫଓ ବନଖଣ୍ଡାଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ମା’ ଙ୍କୁ ନିମନ୍ତ୍ରଣ କରି ଆଣୁ ଥିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଆଗାମୀ ଦିନରେ ହେବାକୁ ଥିବା ପ୍ରତ୍ୟେକ ସାହିରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର୍ଯ୍ୟ ଭକ୍ତଙ୍କୁ ବେଶ ଖୋରାକ ଯୋଗାଉଛି l ଠାକୁରାଣୀ ଯାତ୍ରା ଉପଲକ୍ଷେ ସ୍ଥାନୀୟ ସି.ଟି.କଲେଜ ରୋଡ଼ ରେ ଥିବା ନୀଳଗିରି ଫାର୍ମ ନିକଟ ଯାତ୍ରା ପଡିଆ ରେ ମୀନାବଜାର, ଖାଦ୍ୟ ପସରା ଭଳି ବିଭିନ୍ନ ଆକର୍ଷଣୀୟ କାର୍ଯ୍ୟକ୍ରମ ମନ ମୋହିବା ସୁନିଶ୍ଚିତ ଥିବା ବେଳେ ମା’ଙ୍କ କୃପା ଭିକ୍ଷା ପାଇଁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ଅସ୍ଥାୟୀ ମଣ୍ଡପ କୁ ଆସି ଦର୍ଶନ କରୁଥିବା ଦେଖିବାକୁ ମିଳୁଛି । ଏଥିରେ ମା ‘ ପାଟଖଣ୍ଡା ଦୁର୍ଗାପୂଜା ସମିତିର ସମସ୍ତ ସଦସ୍ୟ ଙ୍କ ସମେତ ଏହି ଠାକୁରାଣୀ ଯାତ୍ରାର ଏକ ୫ଜଣିଆ କମିଟି ସଦସ୍ୟ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ପରିଚାଳନା କରୁଛନ୍ତି ।