ବାଲିଗୁଡା, ତା, ୦୫/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ନୂଆସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଶିଶୁ ବାଟିକାରେ ନାମ ଲେଖାଇଥିବା ୮ ଜଣ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ଫୁଲ ଚନ୍ଦନ ଦେଇ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇବା ପରେ ଖଡିଛୁଆଁ କାର୍ଯ୍ୟକ୍ରମ ଆରମ୍ଭ କରିବା ସହ ଶିକ୍ଷଣ କିଟ ପ୍ରଦାନ କରି ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଲାଭ କରି ଦେଶର ଉନ୍ନତିରେ ଅଂଶୀଦାର ହେବାକୁ ପ୍ରଧାନ ଶିକ୍ଷକ ଶ୍ରୀ ବେହେରା ପରାମର୍ଶ ଦେଇଥିଲେ। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ବିଦ୍ୟାଳୟ ର ସହକାରୀ ଶିକ୍ଷୟତ୍ରୀ କିମନ୍ତି ମଳିକ, ସରୋଜିନୀ ମଳିକ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l