Odisha news

ଲଣ୍ଡାଗାଁରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ : ୧୦ଟି ବିଦ୍ୟାଳୟର ୧୫୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

0
ବାଲିଗୁଡ଼ା, ତା, ୧୨/୧୦ :(ସଞ୍ଜୟ କୁମାର ପାଣିଗ୍ରାହୀ): ଛାତ୍ରଛାତ୍ରୀଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ ସହ ସେମାନଙ୍କ ସୃଜନଶୀଳତାକୁ ଉଜାଗର କରିବା ଲକ୍ଷ୍ୟରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଲଣ୍ଡାଗାଁ ପଞ୍ଚାୟତ ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଲଷ୍ଟରସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୦ଟି ବିଦ୍ୟାଳୟରୁ ୧୫୦ ଜଣ ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ ବିଜେପି ନେତ୍ରୀ କଳ୍ପନା କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ଓ ଧୂପ ପ୍ରଜ୍ଜ୍ୱଳନ କରି ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ବିଜେପି ନେତା ଦେବେନ୍ଦ୍ର କୁଦେଇ ମୁଖ୍ୟବକ୍ତା ଏବଂ ଅଭିରାମ ରଣା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଦୀପ କୁମାର ରଣା, ପୂର୍ବତନ ସଭାପତି ସଦାନନ୍ଦ କୁଦେଇ, ଆଞ୍ଚଳିକ ସାଧନା ସଂଯୋଜକ ରମେଶ ଚନ୍ଦ୍ର ସୁବୁଦ୍ଧି, ଦିବ୍ୟଲୋଚନ ମହାରଣା ଏବଂ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗବନ୍ଧୁ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ମୋଟ ୧୦ଟି ଇଭେଣ୍ଟକୁ ତିନୋଟି ସ୍ତରରେ ଆୟୋଜନ କରାଯାଇଥିଲା। ଏଥିରେ ଛାତ୍ରଛାତ୍ରୀ ମାନେ ନିଜର ଜ୍ଞାନ, ଦକ୍ଷତା ଓ ସୃଜନଶୀଳତା ପ୍ରଦର୍ଶନ କରିବାର ସୁଯୋଗ ପାଇଥିଲେ। ଏଭଳି ପ୍ରତିଯୋଗିତା ଶିକ୍ଷା ସହିତ ପିଲାମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି ଓ ସାମଗ୍ରିକ ବିକାଶରେ ସହାୟକ ହେବ ବୋଲି ଉପସ୍ଥିତ ଅତିଥିମାନେ ମତ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମର ସଫଳ ପରିଚାଳନା ରେ ସଞ୍ଜୀବ ବେହେରା, ମନୋଜ କୁମାର ସାହୁ, ବିଭୁ ପ୍ରସାଦ କହଁର, ଅନାମ ପଣ୍ଡା ଓ ମଦନ ମୋହନ ପଣ୍ଡାଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ଶେଷରେ ଆଞ୍ଚଳିକ ସାଧନା ସଂଯୋଜକ ରମେଶ ଚନ୍ଦ୍ର ସୁବୁଦ୍ଧି ଧନ୍ୟବାଦ ଅର୍ପଣ କରିଥିଲେ।
Ad2
Leave A Reply