Odisha news

ସାବିତ୍ରୀ ଅମାବାସ୍ୟାକୁ ନେଇ ବାଲିଗୁଡା ବଜ଼ାର ରେ ପ୍ରବଳ ଭିଡ଼ : କୋଭିଡ ନିୟମ ଉଲ୍ଲଘଂନ ଅଭିଯୋଗ ରେ ୧୮ଟି ଦୋକାନକୁ ସିଲ କଲା ପ୍ରଶାସନ

ବାଲିଗୁଡା.(ସଞ୍ଜୟ କୁମାର ପାଣିଗ୍ରାହୀ):ମହାମାରୀ  କରୋନାକୁ ନେଇ ସାରା ଦେଶ ଆତଙ୍କିତ ଅବସ୍ଥାରେ ଅଛନ୍ତି । ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଲକ୍‌ଡାଉନ୍‌ ସଟ୍‌ ଡାଉନ୍‌ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି । ଫଳରେ ରାଜ୍ୟରେ ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା କମିଛି ହେଲେ ବିପଦ ଟଳିନି । ଏଭଳି ପରିସ୍ଥିତିରେ କୋଭିଡ ନିୟମ ଉଲ୍ଲଂଘନ କରି ସାବିତ୍ରୀ ଅମାବାସ୍ୟାକୁ ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବଜାରରେ ନାହିଁନଥିବା ଭିଡ଼ ପରିଲକ୍ଷିତ ହୋଇଛି ।

ଅତ୍ୟାବଶ୍ୟକ ଦୋକାନ ସମେତ ଅନ୍ୟ ସମସ୍ତ ଦୋକାନ ଖୋଲାଯାଇଥିଲା, ଏହାକୁ ନେଇ ବାଲିଗୁଡ଼ା ତହସିଲଦାର ଶଶାଙ୍କ ଶେଖର ପାତ୍ର ନିଜ ଟିମ୍‌ ସହ ଚଢ଼ାଉକରି ୧୮ଟି ଦୋକାନ ସିଲ୍‌ କରିଛନ୍ତି ।ଏହାକୁ ନେଇ କିଛି ବ୍ୟବସାୟୀ ପ୍ରଶାସନ ସହ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି । ଉତ୍ତେଜିତ ପରିସ୍ଥିତି ସୃଷ୍ଟି ହେବାପରେ ଘଟଣାସ୍ଥଳରେ ବାଲିଗୁଡ଼ା ଏସଡିପିଓ ମନୋଜ ପୂଜାରୀ ଓ ଥାନା ଅଧିକାରୀ ବାବାଶଙ୍କର ସରାଫ ପହଞ୍ଚି ପରିସ୍ଥିତିକୁ  ଆୟତ୍ତ କରିଛନ୍ତି । ଏଥିସହିତ ଅମାନିଆଙ୍କ ନିକଟରୁ ଫାଇନ୍‌ ମଧ୍ୟ ଆଦାୟ କରୁଛି ପ୍ରଶାସନ

Nalco

Comments are closed.