Odisha news

ନାମାଙ୍କନ ପତ୍ର ତୃତୀୟ ଦିନରେ ୧୨ଜଣ ପ୍ରାର୍ଥୀଙ୍କ ଦ୍ୱାରା ନାମାଙ୍କନ ପତ୍ର ଦାଖଲ

0

ବାରିପଦା : ଏକକାଳୀନ ସାଧାରଣ ନିର୍ବାଚନ ୨୦୨୪ କ୍ରମରେ ୭ମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ମୋଟ ୧୨ଜଣ ପ୍ରାର୍ଥୀ ସମ୍ପୃକ୍ତ ରିଟର୍ଣ୍ଣିଙ୍ଗ ଅଫିସରଙ୍କ ନିକଟରେ ସେମାନଙ୍କ ନିଜ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ମୟୂରଭଞ୍ଜ (ଏସ୍ଟି) ସଂସଦୀୟ ନିର୍ବାଚନ କ୍ଷେତ୍ର ପାଇଁ ଆଜି ପିତାମ୍ବର ନାଏକ ଏସୟୁସିଆଇ (ସି ) ଦଳରୁ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଯଶିପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନ ପାଇଁ ଭାରତୀୟ ଜନତା ପାର୍ଟିରୁ ଗଣେଶ ରାମସିଂ ଖୁଣ୍ଟିଆ, ସାରସକଣା ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନ ପାଇଁ ଏସୟୁସିଆଇ (ସି) ଦଳରୁ ମଧୁସୂଦନ ନାଏକ ଓ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ଦଳରୁ ଅଞ୍ଜନୀ ସୋରେନ, ରାଇରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନ ପାଇଁ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ଦଳରୁ ସୁନାରାମ ଟୁଡୁ, ବାଙ୍ଗରିପୋଷୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନ ପାଇଁ ଏସୟୁସିଆଇ (ସି) ଦଳର ପ୍ରାର୍ଥୀ ଭାବେ ସର୍ଦ୍ଦାର ସିଂ, ଉଦଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନ ପାଇଁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବେ ଭାସ୍କର ମଢେଇ, ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବେ ସନାତନ ବିଜୁଳି ଓ ସ୍ୱାଧୀନ ପ୍ରାର୍ଥୀ ଭାବେ ମାନସ ରଞ୍ଜନ ବେହେରା, ବାରିପଦା ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ରଞ୍ଜିତା ହେମ୍ବ୍ରମ ଓ ମୋରଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନ ପାଇଁ ଭାରତୀୟ ଜନତା ପାର୍ଟିରୁ ପ୍ରାର୍ଥୀ ଭାବେ କୃଷ୍ଣଚନ୍ଦ୍ର ମହାପାତ୍ର ଓ ସ୍ୱାଧୀନ ପ୍ରାର୍ଥୀ ଭାବେ ମଦନ ମୋହନ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

 

Ad2
Leave A Reply