ବାରିପଦା : ମୟୂରଭଞ୍ଜ ଜିଲ୍ଲାରେ କ୍ରମାଗତ ଭାବେ କରୋନା ସଂଖ୍ୟା ବଢିବା ସହ ଗୁରୁବାର ଜିଲ୍ଲାରେ କରୋନା ସଂଖ୍ୟା ୧୦୩୪କୁ ଛୁଇଁଛି । ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ମୟୂରଭଞ୍ଜ ଜିଲ୍ଲାର ଜଣେ ୫୮ବର୍ଷର ପୁରୁଷ ଓ ଅନ୍ୟଜଣେ ୬୦ବର୍ଷର ପୁରୁଷ କରୋନା ଆକ୍ରାନ୍ତଙ୍କର ମୃତୁ୍ୟ ହୋଇଥିବାବେଳେ ୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଫଳରେ ଜିଲ୍ଲାବାସୀ ଭୟଭୀତ ହୋଇପଡିଛନ୍ତି । ଚଳିତ ଅଗଷ୍ଟ ମାସରେ ମୟୂରଭଞ୍ଜ ଜିଲ୍ଲାରେ ହୁ ହୁ ହୋଇ କରୋନା ପଜିଟିଭ୍ ବୃଦ୍ଧି ପାଉଥିବାରୁ ସ୍ଥାନୀୟ ଅଞ୍ଚଳବାସୀମାନେ ସତର୍କତା ଅବଲମ୍ବନ କରିବାକୁ ଜିଲ୍ଲାପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି ।
