ବାରିପଦା : ଜିଲ୍ଲା କୃଷକ ମାନଙ୍କ ପକ୍ଷରୁ ବଜାର ଇଣ୍ଡିଆ ଠାରେ ମୟୂରଭଞ୍ଜ ଜିଲ୍ଲା କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ଶିଶିର କୁମାର ମହାନ୍ତଙ୍କ ନେତୃତ୍ୱରେ ଏକ କୃଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ଇଂ ବିଶ୍ୱେଶ୍ୱର ଟୁଡୁ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ କୃଷକ ମାନଙ୍କ ପାଇଁ କେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ । କେନ୍ଦ୍ରମନ୍ତ୍ରୀ ଇଂ ଟୁଡୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ କିଷାନ ମୋର୍ଚ୍ଚା ସାଧାରଣ ସମ୍ପାଦକ ଶ୍ରୀ ଭଞ୍ଜ, ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ବିକ୍ରମ ରାଉତ ରାୟ, ରାଜ୍ୟ କୃଷକ ମୋର୍ଚ୍ଚା ସଂଯୋଜକ ବିକ୍ରମ କେସରୀ ରାଉତ ସଂଯୋଜକ, ରାଜ୍ୟ ମହିଳା ମୋର୍ଚ୍ଚା ଉପସଭାନେତ୍ରୀ ମନୀଷା ବେହେରା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଛୋଟେଲାଲ ମହାନ୍ତ, ରାଜ୍ୟ ଅନୁସୂଚିତ ଜନଜାତି ମୋର୍ଚ୍ଚା ଉପସଭାପତି ଫାଗୁ ହାଁସଦାଃ ପ୍ରମୁଖ ସହ ବିଜେପିର ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।