Odisha news

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ

0

ବାରିପଦା  : ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ବିନିତ ଭରଦ୍ୱାଜ ଏବଂ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅକ୍ଷୟ ସୁନୀଲ ଅଗ୍ରୱାଲ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ହୋଇଥିବା ଜନଶୁଣାଣୀ ବୈଠକରେ ଯୋଗଦାନ କରି ବାରିପଦା ଉପଖଣ୍ଡର ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି । ଏହି ଜନଶୁଣାଣୀ ବୈଠକରେ ବାରିପଦା ଉପଜିଲ୍ଲାପାଳ ଈଶ୍ୱର ଚନ୍ଦ୍ର ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରଜନୀକାନ୍ତ ସ୍ୱାଇଁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଉମାକାନ୍ତ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ହୋଇଥିଲା । ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକ୍ଷକ, ଡାଃ ରୂପଭାନୁ ମିଶ୍ର ଯୋଗଦେବା ସହ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଉପଖଣ୍ଡ ଓ ବ୍ଲକସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡ ଅନ୍ତର୍ଗତ ଚାରୋଟି ବ୍ଲକର ସର୍ବମୋଟ ୧୬୯ଟି ଅଭିଯୋଗ ଶୁଣାଣି ହୋଇଥିଲା । ସମସ୍ତ ଅଭିଯୋଗ ମାନଙ୍କ ମଧ୍ୟରେ ମୁଖ୍ୟତଃ ଉପଖଣ୍ଡର ବିଭିନ୍ନ ସ୍ଥାନରେ ଜଳ ଯୋଗାଣ, ଜମି ସୀମାଙ୍କନ, ଜଙ୍ଗଲ ଜମି ପଟ୍ଟା ଆବଣ୍ଟନ ସ୍ୱାସ୍ଥ୍ୟଗତ ଏବଂ ଚିକିତ୍ସା ଜନିତ ଆବଶ୍ୟକ ସୁବିଧା ଗମନାଗମନ, ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା, ବାସଗୃହ ଜନିତ ସମସ୍ୟା ଗୁଡ଼ିକ ସର୍ବାଧିକ ଥିଲା । ଉକ୍ତ ଅଭିଯୋଗ ମଧ୍ୟରୁ ୧୫୧ଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ, ୧୮ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟରେ ଆଧାରିତ ଥିଲା । ସେଥିମଧ୍ୟରୁ ୧୮ଟି ଅଭିଯୋଗର ତକôାଳ ସମାଧାନ କରାଯାଇଥିବା ବେଳେ, ସର୍ବମୋଟ ୧୪ଜଣଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪୫,୦୦୦ ଟଙ୍କା ଏବଂ ରେଡ଼କ୍ରସ ପାଣ୍ଠିରୁ ୨୩,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା । ଆଜିର ଶୁଣାଣୀରେ ବିଭିନ୍ନ ବିଭାଗ ପାଇଁ ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ସରକାରଙ୍କର ମୋ ଘର ଯୋଜନା ଅନୁଯାୟୀ ଆବାସ ସହାୟତା, ଜଳ ନିଷ୍କାସନ ବ୍ୟବସ୍ଥା ଆଦି ଅଭିଯୋଗ ଗୁଡିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିଦେ୍ର୍ଧଶ ଦେଇଥିଲେ । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିବାର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅବିନାଶ ପାଣି ପ୍ରକାଶ କରିଛନ୍ତି ।

Leave A Reply