ବାରିପଦା : ଜାତୀୟ ଓ ରାଜ୍ୟ ପୁରସ୍କାର ପ୍ରାପ୍ତ ଆଦର୍ଶ ଶିକ୍ଷକ ଭାସ୍କର ଚନ୍ଦ୍ର ପାଠୀ ତାଙ୍କ ଭୁଗୁଡ଼ାକଟା ସ୍ଥିତ ବାସଭବନରେ ପରଲୋକ ଗମନ କରିଛନ୍ତି । ମୃତୁ୍ୟ ବେଳକୁ ତାଙ୍କୁ ୯୨ବର୍ଷ ହେଇଥିଲା । ସ୍ଥାନୀୟ ମହାରାଜା କୃଷ୍ଣଚନ୍ଦ୍ର ହାଇସ୍କୁଲରେ ଦୀର୍ଘ ଦିନର ଶିକ୍ଷା ଦାନ ପରେ ସେ ଅବସର ଗ୍ରହଣ କରିଥିଲେ । ବହୁ ଦିନ ଧରି ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ । ଜଣେ ଛାତ୍ର ବତ୍ସଳ ଶିକ୍ଷକ ଭାବେ ସେ ବେଶ ପରିଚିତ ଥିଲେ । ମୃତୁ୍ୟ ଶଯ୍ୟା ନିକଟରେ ତାଙ୍କର ଦୁଇପୁତ୍ର, ପୁତ୍ରବଧୂ, କନ୍ୟା ଉପସ୍ଥିତ ଥିଲେ । ତାଙ୍କ ପରଲୋକରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।