Odisha news

ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ରଞ୍ଜନ ବିଶ୍ୱାଳଙ୍କ ଜିଲ୍ଲା ମୁଖ୍ୟଚିକିତ୍ସାଳୟ ପରିଦର୍ଶନ

0

ବାରିପଦା  : ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ରଞ୍ଜନ ବିଶ୍ୱାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବାରିପଦା, ମୟୂରଭଞ୍ଜ ପରିଦର୍ଶନ କରି ରୋଗୀ ଓ ସମ୍ପର୍କୀୟ ଠାରୁ ନିରାମୟ କେନ୍ଦ୍ର ସୁବିଧା ଓ ଅସୁବିଧା ସଂକ୍ରାନ୍ତରେ ପଚାରି ବୁଝିଛନ୍ତି । ଏହାପରେ ଉପସ୍ଥିତ ହସ୍ପିଟାଲ ଅଧକ୍ଷ ଡାଃ ବିଜୟ କୁମାର ଦାସଙ୍କ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି ଏବଂ ନିରାମୟ କେନ୍ଦ୍ରକୁ ପ୍ରତିଦିନ ଆସୁଥିବା ରୋଗୀଙ୍କୁ କିପରି ଅଧିକ ସହଜ ଏବଂ ସୁବିଧା ଯୋଗାଇ ଦିୟାଯିବ ଏହି ବିଷୟରେ ବରିଷ୍ଠ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ନିରାମୟ କେନ୍ଦ୍ରରେ ରାଜ୍ୟସରକାରଙ୍କ ପକ୍ଷରୁ ମାଗଣାରେ ବହୁ ଗୁରୁତ୍ୱପୂର୍ଣ୍ଣ ଔଷଧ ମିଳୁଥିବାରୁ ଉପସ୍ଥିତ ରୋଗୀଙ୍କ ସମ୍ପର୍କୀୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହୃଦୟରୁ ଧନ୍ୟବାଦ ଜଣାଇଛନ୍ତି । ଏହି ପରିଦର୍ଶନ ଅବସରରେ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

Ad2
Leave A Reply