Odisha news

ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ

0

ବାରିପଦା  : ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଆଶିଷ ଠାକରେ, ଏସପି ଏସ. ସୁଶ୍ରୀ ସୋମବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ହୋଇଥିବା ଜନଶୁଣାଣୀ ବୈଠକରେ ଯୋଗଦାନ କରି ବାରିପଦା ଉପଖଣ୍ଡର ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି । ଏହି ଜନଶୁଣାଣୀ ବୈଠକରେ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ବିଭୁତି ଭୂଷଣ ନାୟକ, ବାରିପଦା ଉପଜିଲ୍ଲାପାଳ ଈଶ୍ୱର ଚନ୍ଦ୍ର ନାୟକ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରଜନୀକାନ୍ତ ସ୍ୱାଇଁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ହୋଇଥିଲା । ଏହି ଶିବିରରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟଚିକିତ୍ସା ଅଧିକ୍ଷକ ଡାଃ ବିଜୟ କୁମାର ଯୋଗଦେବା ସହ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଉପଖଣ୍ଡ ଓ ବ୍ଲକସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡ ଅନ୍ତର୍ଗତ ୧୦ଟି ବ୍ଲକ ଏବଂ ଅନ୍ୟାନ୍ୟ ବ୍ଲକର ସର୍ବମୋଟ ୨୦୯ଟି ଅଭିଯୋଗ ଶୁଣାଣି ହୋଇଥିଲା । ସମସ୍ତ ଅଭିଯୋଗ ମାନଙ୍କ ମଧ୍ୟରେ ମୁଖ୍ୟତଃ ଉପଖଣ୍ଡର ବିଭିନ୍ନ ସ୍ଥାନରେ ଜଳ ଯୋଗାଣ, ଜମି ସୀମାଙ୍କନ, ଜଙ୍ଗଲ ଜମି ପଟ୍ଟା ଆବଣ୍ଟନ ସ୍ୱାସ୍ଥ୍ୟଗତ ଏବଂ ଚିକିତ୍ସା ଜନିତ ଆବଶ୍ୟକ ସୁବିଧା, ଘରୋଇ ହିଂସା ଜନିତ ଅଭଯୋଗ, ଗମନାଗମନ, ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା, ବାସଗୃହ ଜନିତ ସମସ୍ୟା ଗୁଡ଼ିକ ସର୍ବାଧିକ ଥିଲା । ଉକ୍ତ ଅଭିଯୋଗ ମଧ୍ୟରୁ ୧୯୫ଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ, ୧୪ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟରେ ଆଧାରିତ ଥିଲା । ସେଥିମଧ୍ୟରୁ ସର୍ବମୋଟ ୧୨ଜଣଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏବଂ ୭ଜଣଙ୍କୁ ରେଡ-କ୍ରସ ଠାରୁ ସହାୟତା ପ୍ରଦାନ କରାଯିବ ବୋଲି ସୂଚନା ପ୍ରାପ୍ତ ହୋଇଛି । ଆଜିର ଶୁଣାଣୀରେ ବିଭିନ୍ନ ବିଭାଗ ପାଇଁ ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ସରକାରଙ୍କର ମୋ ଘର ଯୋଜନା ଅନୁଯାୟୀ ଆବାସ ସହାୟତା, ଜଳ ନିଷ୍କାସନ ବ୍ୟବସ୍ଥା ଆଦି ଅଭିଯୋଗ ଗୁଡିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିଦେ୍ର୍ଧଶ ଦେଇଥିଲେ । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ, ଡେପୁଟି କଲେକ୍ଟର (ଜରୁରୀକାଳୀନ ବିଭାଗ) ସୁଶ୍ରୀ ଶ୍ରଦ୍ଧା ସୁମନ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିବାର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅବିନାଶ ପାଣି ପ୍ରକାଶ କରିଛନ୍ତି ।

Leave A Reply