ଭୁବନେଶ୍ୱର,ତା.୨୦/୦୧: ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି ।
ସ୍ୱର୍ଗତଃ ମିଶ୍ର ଜଣେ ଦକ୍ଷ କଳାକାର ଭାବେ ବେଶ ଜଣାଶୁଣା ଥିଲେ । ମଂଚ, ଧାରାବାହିକ ଓ ଚଳଚ୍ଚିତ୍ର ଜଗତରେ ତାଙ୍କର ଅଭିନୟ ବେଶ ଉଚ୍ଚକୋଟୀର ଥିଲା । ମୃତୁ୍ୟ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା । ତାଙ୍କର ମୃତୁ୍ୟ ସମଗ୍ର ଚଳଚ୍ଚିତ୍ର ଓ ଧାରାବାହିକ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ।
ସ୍ୱର୍ଗତଃ ମିଶ୍ରଙ୍କ ବିୟୋଗରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାହାସ ଓ ଧୈର୍ଯ୍ୟ ପ୍ରଦାନ କରିବା ସହ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରଭୃ ଜଗନ୍ନାଥଙ୍କ ନିକଟରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ପ୍ରାର୍ଥନା କରିଛନ୍ତି ।
