ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ , ଲୋକପ୍ରିୟ ବିଧାୟକ ଭାବେ ସମାଜସେବାରେ ନିଜକୁ ଉତ୍ସର୍ଗୀକୃତ କରିଥିଲେ – ଧର୍ମେନ୍ଦ୍ର ପ୍ରଧାନ
• ରାଜନୀତି ଓ ସମାଜସେବା କ୍ଷେତ୍ରରେ ରାଜେନ୍ଦ୍ର ଢୋଲକିଆଙ୍କ ଅବଦାନ ଚିର ସ୍ମରଣୀୟ ହୋଇ ରହିବ
ଭୁବନେଶ୍ୱର, ସେପ୍ଟେମ୍ବର ୦୮- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ଲୋକପ୍ରିୟ ବିଧାୟକ ସହ ସମାଜସେବାରେ ନିଜକୁ ଉତ୍ସର୍ଗୀକୃତ କରିଥିଲେ । ରାଜନୀତି ଓ ସମାଜସେବା କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ ।
ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏହି ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି ସେ ପ୍ରାର୍ଥନା କରିଛନ୍ତି ।