Odisha news

ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପ୍ରାକ୍ତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ

0

ଭୁବନେଶ୍ବର: ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପ୍ରାକ୍ତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ ଚିଠି ଜରିଆରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବି ଦଳ ବିରୋଧରେ ନିୟମିତଭାବେ ଅସନ୍ତୋ‌ଷ ଝାଡ଼ିଚାଲିଥିଲେ। ବିଜେଡି ଠିକ୍ ଭାବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁନି ବୋଲି ସେ ରୋକ୍‌ଠୋକ୍ କହିଥିଲେ।
ଗଣମାଧ୍ୟମକୁ ଶ୍ରୀ ମଲ୍ଲିକ କହିଥିଲେ, ମୁଁ ଏବେ ବିଜେଡିରେ ଅଛି। କିନ୍ତୁ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଦଳ ଯଦି ଠିକ ଢଙ୍ଗରେ ନ ଚାଲିବ ତା’ହେଲେ ଦଳ ଠାରୁ ଦୂରେଇଯିବି। ଦଳ ଆଉ ପୂର୍ବ ବିଚାରଧାରାରେ ନାହିଁ। ଦଳକୁ ସଙ୍ଗଠିତ କରିବାକୁ କିଛି ପରାମର୍ଶ ଦେଇଥିଲୁ। ରାଜନୈତିକ ବ୍ୟାପାର କମିଟି ଓ ଶୃଙ୍ଖଳା କମିଟି ଭଳି ଦୁଇଟି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ୟ ପ୍ରସ୍ତାବଗୁଡ଼ିକୁ ଗ୍ରହଣ କରାଯାଇନି। ମୋ ସହିତ କେହି ଆଲୋଚନା କରିନାହାନ୍ତି କି ମୁଁ କାହାକୁ ଭେଟିନି। ଏବେ ନୂଆ ବିଜେଡି ଗଠନର ସମୟ ନୁହେଁ। ପୁରୁଣା ବିଜେଡିକୁ ଠିକ୍‌ ଭାବେ ଚଳାଇବାକୁ ପଡ଼ିବ।
ଏଣେ ଶ୍ରୀ ମଲ୍ଲିକଙ୍କ ମନ୍ତବ୍ୟର କଡ଼ା ପ୍ରତିବାଦ ଜଣାଇ ବରିଷ୍ଠ ନେତା ପ୍ରତାପ ଜେନା କହିଥିଲେ, ପ୍ରଫୁଲ୍ଲ ମଲ୍ଲିକ ହେଉଛନ୍ତି ଶତାବ୍ଦୀର ବଡ଼ ସୁବିଧାବାଦୀ ନେତା।

Govt
Leave A Reply