ଭୁବନେଶ୍ୱର,୦୬/୧୦/୨୦୨୫ : କଟକ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବାକୁ ବନ୍ଦ କରାଯାଇଛି ବୋଲି ସ୍ୱରାଷ୍ଟ୍ର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ନିକଟରେ କଟକ ସହରରେ ଦେଖାଯାଇଥିବା ଗଣ୍ଡଗୋଳ ପରିପ୍ରେକ୍ଷୀରେ କଟକ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଅସାମାଜିକ ତତ୍ତ୍ୱମାନଙ୍କୁ ନିୟନ୍ତ୍ରଣ କରିବା ନିମନ୍ତେ ଇଣ୍ଟରନେଟ୍ ସେବା ବନ୍ଦର ପଦକ୍ଷେପ ନିଆଯାଇଛି । କଟକ ମହାନଗର ନିଗମ ଅଞ୍ଚଳ, ସିଡ଼ିଏ ଅଞ୍ଚଳ ଓ ୪୨ ମଉଜା ଅଞ୍ଚଳରେ ଏହି ପ୍ରତିବନ୍ଧ ଲାଗୁ କରାଯାଇଛି ।