Odisha news

ମହାନ ବିପ୍ଲବୀ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

0

ଭୁବନେଶ୍ୱର(Suvendra Pattanaik) : ମହାନ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ ମିଳିତ ଆନୁକୂଲ୍ୟରେ ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଓଡିଶା ବିଧାନସଭା ପାର୍ଶ୍ୱ ଗେଟ ନଂ-୧ ସ୍ଥିତ ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମାଲ୍ୟାର୍ପଣ ପୂର୍ବକ ଶହୀଦଙ୍କ ସ୍ମୃତିଚାରଣ କରିଛନ୍ତି । ଏଥିସହ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱର ଏଜି ଛକସ୍ଥିତ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି ।

ଉକ୍ତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ଗୁରବୀର ସିଂ,ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜିତେନ୍ଦ୍ରିୟ ଜେନା, ପ୍ରଦର୍ଶନୀ ଅଧିକାରୀ ଶ୍ରୀ ଦୀପକ କୁମାର ସାହୁ,ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦର ଶ୍ରୀ ଜଟାଧାରୀ ମିଶ୍ର, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ । ପରିଷଦ ପକ୍ଷରୁ ମଧ୍ୟ ସଂକୀର୍ତ୍ତନ ପରିବେଷଣ କରାଯାଇଥିଲା ।

Leave A Reply