Odisha news

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ପକ୍ଷରୁ ମହାପରିନିର୍ବାଣ ଦିବସ ପାଳନ

0

 ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ପକ୍ଷରୁ ଆଜି ଏହାର ମୁଖ୍ୟାଳୟ ଖୋର୍ଦ୍ଧା ରୋଡ଼, ଜଟଣୀ ଠାରେ ଭାରତ ରତ୍ନ ବାବା ସାହେବ ଡ଼. ଭୀମରାଓ ରାମଜୀ ଆମ୍ବେଦକରଙ୍କର ମହାପରିନିର୍ବାଣ ଦିବସ ପାଳିତ ହୋଇଯାଇଅଛି | ରେଳମଣ୍ଡଳର ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ପ୍ରଦୀପ କୁମାର ବେହେରାଙ୍କ ନେତୃତ୍ୱରେ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ସ୍ବର୍ଗତ ବାବା ସାହେବ ଡ଼. ବି.ଆର.ଆମ୍ବେଦକରଙ୍କୁ ପୁଷ୍ପମାଲ୍ୟ ପ୍ରଦାନକରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ |  ରେଳମଣ୍ଡଳର ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଇନ୍ଫ୍ରା) ଶ୍ରୀ ଶୁଭ୍ରଜ୍ୟୋତି ମଣ୍ଡଳ, ବରିଷ୍ଠ ଅଧିକାରୀ ଓ କର୍ମଚାରୀ ମାନେ ଆମ୍ବେଦକରଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ |  ରେଳମଣ୍ଡଳର ମଣ୍ଡଳ କାର୍ମିକ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ବେହେରା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ | ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ବିଭିନ୍ନ ଷ୍ଟେସନ ଓ କାର୍ଯ୍ୟାଳୟ ମାନଙ୍କରେ ଅଧିକାରୀ ଓ କର୍ମଚାରୀ ମାନେ ମହାପରିନିର୍ବାଣ ଦିବସ ପାଳନ କରିବା ଅବସରରେ ବାବା ସାହେବଙ୍କ ଫୋଟୋ ଚିତ୍ରରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି |

Leave A Reply