ଭୁବନେଶ୍ୱର , ୦୯ ଜୁନ ୨୦୨୬ : ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ରୀ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କରମୁକ୍ତ ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ଅନୁମୋଦନ କରିଛନ୍ତି ।
ସୂଚନାଯୋଗ୍ୟ ଯେ ଓଡିଶାର ହସ୍ତତନ୍ତ ବୁଣାକାର ସଂପ୍ରଦାୟଙ୍କ ଜୀବନ, ସଂଘର୍ଷ, ସହନଶୀଳତା ଓ ସଫଳତା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ୨୦୨୬ ମେ ୧୫ ତାରିଖରେ ମୁକ୍ତିଲାଭ କରିଛି। ଓଡିଶାର ମହାନ ପାରମ୍ପରିକ ଐତିହ୍ୟ ଓ କାରିଗରୀ କୌଶଳକୁ ଏହି ଚଳଚ୍ଚିତ୍ର ମାଧ୍ୟମରେ ନିଚ୍ଛକ ଭାବେ ପ୍ରଦର୍ଶିତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହାକୁ କରମୁକ୍ତ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।