Odisha news

5T ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତରକାଶୀ ଟନେଲରେ ଫସି ରହିଥିବା  ଓଡିଆ ଶ୍ରମିକଙ୍କ ପରିବାର ସଦସ୍ୟ 

ପରିବାର ସଦସ୍ୟ ମାନଙ୍କ ପାଇଁ ରାଜ୍ୟ ସରକାର ଉତ୍ତରକାଶୀ ଯିବାର ବ୍ୟବସ୍ଥା କଲେ

0
ଭୁବନେଶ୍ବର,  , ତା.25/11/23 :  ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି।  ସୂଚନାଯୋଗ୍ୟ ଯେ  ମୁଖ୍ୟମନ୍ତ୍ରୀ ଙ୍କ  ନିର୍ଦ୍ଦେଶ ରେ  ଶ୍ରମିକଙ୍କ ପରିବାର ସଦସ୍ୟ ମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି । ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ, ଚିତ୍ତରଂଜନ ନାୟକ  l ପୂର୍ବରୁ  ଅନ୍ୟ  ଦୁଇ ଶ୍ରମିକଙ୍କ  ପରିବାର  ଉତ୍ତର କାଶୀ  ରେ  ପହଂଚି  ସାରିଛନ୍ତି । ଏହାଦ୍ବାରା ଉଦ୍ଧାର ପରେ ଫସି ରହିଥିବା ଶ୍ରମିକମାନେ ସେମାନଙ୍କ ପରିବାରବର୍ଗଙ୍କୁ ଭେଟି ପାରିବେ । ସୂଚନାଯୋଗ୍ୟ ଯେ ଦୀର୍ଘ ୧୩ ଦିନ ଧରି ଉତ୍ତରକାଶୀର ଏକ ନିର୍ମାଣାଧୀନ ଟନେଲ ମଧ୍ୟରେ ୪୧ ଜଣ ଶ୍ରମିକ  ଫସି ରହିଛନ୍ତି । ଏଥିରେ ଓଡିଶାର ୫ ଜଣ ଶ୍ରମିକ ରହିଛନ୍ତି ।  ଏହି ଶ୍ରମିକ ମାନେ ହେଲେ – ଭଦ୍ରକ ଜିଲ୍ଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା  ଏବଂ ମୟୁରଭଂଜର ବିଶେଶ୍ବର ନାୟକ, ଧୀରେନ ନାୟକ ଓ ରାଜୁ ନାୟକ। ଏହି ଶ୍ରମିକଙ୍କ ପରିବାର ସଦସ୍ୟ 5T ଅଧ୍ୟକ୍ଷଙ୍କୁ ନବୀନ  ନିବାସ  ରେ ସାକ୍ଷାତ କରିଥିଲେ।  5T ଅଧ୍ୟକ୍ଷ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ  ଶ୍ରମିକଙ୍କ  ସୁରକ୍ଷା   ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଜଣାଇଥିଲେ । ରାଜ୍ୟ ସରକାରଙ୍କ ଅଫିସର ଓ ସ୍ବତନ୍ତ୍ର ଟିମ୍‌ ଉଦ୍ଧାରସ୍ଥଳୀକୁ ଯାଇଛନ୍ତି ଏବଂ ଉଦ୍ଧାରକାରୀ ଦଳ ସହିତ ନିୟମିତ ଯୋଗାଯୋଗରେ ଅଛନ୍ତି। ଆମର ସବୁ ଶ୍ରମିକ ସୁରକ୍ଷିତ ଅଛନ୍ତି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ସଂପୂର୍ଣ୍ଣ ଅବଗତ ଅଛନ୍ତି ଏବଂ ଶ୍ରମିକ ମାନଙ୍କ ନିରାପତ୍ତା ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ନିୟମିତ ଖବର ନେଉଛନ୍ତି ବୋଲି ସେ ପରିବାର ସଦସ୍ୟ ମାନଙ୍କୁ  କହିଥିଲେ ।   ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇଛି ଏବଂ  ଖୁବ ଶୀଘ୍ର ସେମାନେ  ପରିବାରକୁ ଫେରି ଆସିବେ ବୋଲି  5T ଅଧ୍ୟକ୍ଷ  ସେମାନଙ୍କୁ ଆଶ୍ବାସନା ଦେଇଥିଲେ ।
Govt
Leave A Reply