ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
ଦେଶ ଜଣେ ସୁପୁତ୍ରଙ୍କୁ ହରାଇଲା : ମନମୋହନ ସାମଲ
ଭୁବନେଶ୍ୱର, ତା.୨୮/୦୧: ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ, ଶତାୟୁ ସ୍ୱାଧୀନତା ସଂଗ୍ରାମୀ ତଥା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଦେଶ ସ୍ୱାଧୀନତା ସଂଗ୍ରାମରେ ସ୍ୱର୍ଗତଃ ସାମଲଙ୍କ ଅବଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣା ହୋଇ ରହିବ । ତାଙ୍କ ବିୟୋଗରେ ରାଜ୍ୟ ତଥା ଦେଶ ଜଣେ ସୁପୁତ୍ରଙ୍କୁ ହରାଇଲା ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି । ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ସମବେଦନା ଜଣାଇଛନ୍ତି ।