Odisha news

ସାଧାରଣ ନିର୍ବାଚନ ପୂର୍ବରୁ ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ କାର୍ଯ୍ୟରତ ଅଧିକାରୀମାନଙ୍କୁ ତୁରନ୍ତ ବଦଳି କରାଯାଉ : ଡ.ଲେଖାଶ୍ରୀ

0

ଭୁବନେଶ୍ୱର, ତା.୧୧/୦୩ : ଆଗକୁ ୨୦୨୪ ସାଧାରଣ ଲୋକସଭା ଓ ବିଧାନସଭା ନିର୍ବାଚନ । ଏହି ନିର୍ବାଚନରେ ସରକାରୀ ଦଳ କଳବଳର ଅପପ୍ରୟୋଗ କରି ନିର୍ବାଚନ ଜିତିବାକୁ ଚାହୁଁଛି । ପୋଲିସ ପ୍ରଶାସନ, ସାମ୍ବିଧାନିକ ବିଧିବ୍ୟବସ୍ଥା ଏବଂ ଅନୁଷ୍ଠାନମାନଙ୍କୁ ବ୍ୟବହାର କରିି ଜନମତକୁ ବିଭ୍ରାନ୍ତ କରୁଥିବାର ଏବେଠାରୁ ବହୁ ଅଭିଯୋଗ ଓ ପ୍ରମାଣ ବାରମ୍ବାର ଆସୁଛି । ନିର୍ବାଚନ ପରିଚାଳନାକୁ ଅବାଧ, ମୁକ୍ତ ଓ ନିରପେକ୍ଷ କରାଇବା ଦାୟୀତ୍ୱ ହେଉଛି ନିର୍ବାଚନ କମିଶନଙ୍କର, ଆଉ ନିର୍ବାଚନ କମିଶନରଙ୍କ ନିଦେ୍ର୍ଦଶକୁ ପାଳନ କରିବା ଦାୟୀତ୍ୱ ହେଉଛି ରାଜ୍ୟ ସରକାରଙ୍କର । ସେଥିପାଇଁ ୩ ବର୍ଷରୁ ଉଦ୍ଧ୍ୱର୍ ସମୟ ଧରି ଅବସ୍ଥାପିତ ଥିବା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯାଉ ବୋଲି ରାଜ୍ୟ ଉପସଭାନେତ୍ରୀ ଡ.ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ୱରେ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ବିଜେପିର ଏକ ପ୍ରତିିନିଧି ଦଳ ଦାବୀ ଜଣାଇଛି ।
ବିଭିନ୍ନ ଜିଲ୍ଲାରେ ଦୀର୍ଘ ବର୍ଷ ଧରି ଅଥବା ୩ ବର୍ଷରୁ ଊଦ୍ଧ୍ୱର୍ ସମୟ ଅବସ୍ଥାପିତ ଥିବା ବହୁ ଅଧିକାରୀ ଦୃଷ୍ଟିଗୋଚର ହେଉଛନ୍ତି । ସେମାନେ ହେଲେ ଢ଼େଙ୍କାନାଳ ଜିଲ୍ଲାର ପିଡି ଡିଆରଡିଏ ଜ୍ୟୋତି ରଞ୍ଜନ ସାହୁ, ଗଞ୍ଜାମର ଇନ୍ସିପେକ୍ଟର ବିବେକାନନ୍ଦ ସ୍ୱାଇଁ, ଗଞ୍ଜାମର ଡିଏସପି ଶିବ ଶଙ୍କର ମହାପାତ୍ର, ଭୁବନେଶ୍ୱର ଡିଏସପି ସୁଜିତ କୁମାର ଦଳାଇ, ଡିଏସ୍ପି ସୁଧାକର ମିଶ୍ର, ସଚିିବାଳୟ ଏସ୍ପି ସେଖର କୁମାର ମହାପାତ୍ର ସମେତ ଅନ୍ୟ ସରକାରୀ ଅଧିକାରୀମାନଙ୍କୁ ତୁରନ୍ତ ବଦଳି କରାଯିବାକୁ ସଂପୃକ୍ତ ବିଭାଗର ଉଚ୍ଚ ପଦାଧିକାରୀଙ୍କୁ ନିଦେ୍ର୍ଦଶନାମା ଜାରି କରନ୍ତୁ । ଏପରିକି ନିର୍ବାଚନ ପରିଚାଳନା ଦାୟୀତ୍ୱରେ ଥିବା ସରକାରୀ ଅଧିକାରୀମାନେ ନିଜ ଗୃହ ଜିଲ୍ଲାରେ ମଧ୍ୟ ଅବସ୍ଥାପିତ ହୋଇପାରିବେ ନାହିଁ । ଏପରି ଆହୁରି ଅନେକ ଅଧିକାରୀ ଗୋଟିଏ ସ୍ଥାନରେ ଏବଂ ଗୋଟିଏ ପଦରେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଆସୁଛନ୍ତି । ଦଳୀୟ କାର୍ଯ୍ୟରେ ଏମାନଙ୍କୁ ରାଜ୍ୟ ସରକାର ଜାଣିଶୁଣି ବ୍ୟବହାର କରୁଥିବାର ଅନେକ ନଜିର ରହିଛି । ଏହା ଦ୍ୱାରା ଅବାଧ ଓ ନିରପେକ୍ଷ ନିର୍ବାଚନରେ ବାଧା ସୃଷ୍ଟି ହେବାରେ ଆଶଙ୍କା ରହିଛି । ସରକାରୀ ଅଧିକାରୀମାନେ ନିଜ କର୍ତବ୍ୟ ଓ ଦାୟିତ୍ୱ ଭୁଲି ଶାସକ ଦଳର ଏଜେଂଟ ଭାବେ କାର୍ଯ୍ୟ କରିବା ସଂପୂର୍ଣ୍ଣ ଅଗଣତାନ୍ତ୍ରିକ ଏବଂ ଅଣସାମ୍ବିଧାନିକ । ତେଣୁ ଯଥାଶୀଘ୍ର ସେମାନଙ୍କୁ ବଦଳି କରାଯାଉ ବୋଲି ଡ.ଲେଖାଶ୍ରୀ ଦାବି ପତ୍ରରେ ଉଲ୍ଲେଖ କରିଛନ୍ତି ।
ଏହି ପ୍ରତିନିଧିମଣ୍ଡଳୀରେ ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ସାମାଜିକ ଗଣମାଧ୍ୟମ ସଂଯୋଜକ ଉମାକାନ୍ତ ପଟ୍ଟନାୟକ, ନିର୍ବାଚନ ସେଲ୍ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply