Odisha news

ନାରାୟଣ ପୃଷ୍ଟି ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ

ବେଲଗୁଣ୍ଠା, 14/07, ଆଜି ବେଲଗୁଣ୍ଠା ବ୍ଳକ୍ ପାଇଲିପଡ଼ା ସ୍ଥିତ ନାରାୟଣ ପୃଷ୍ଟି ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ ଏବଂ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଗୌଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଳା ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୂଳପାଣି ଶତପଥୀ ଯୋଗ ଦେଇ ବୃକ୍ଷର ମହତ୍ତ୍ୱ ବର୍ଣ୍ଣନା କରିବା ସହିତ ଛାତ୍ରଛାତ୍ରୀଙ୍କୁ ବୃକ୍ଷରୋପଣ କରିବା ପାଇଁ ଉତ୍ସାହିତ କରିଥିଲେ I

ସେହିପରି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ରୂପେ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ରାମନାରାୟଣ ପଣ୍ଡା ଏବଂ ଗାଙ୍ଗପୁର ବନପାଳ ଜି ରାଓ ଦୋରା ଯୋଗ ଦେଇଥିଲେ I ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ବିଦ୍ୟାଳୟ ପରିସରରେ ବିଭିନ୍ନ ଔଷଧିୟ ଏବଂ ଫଳ ଚାରା ରୋପଣ କରିଥିଲେ I କାର୍ଯ୍ୟକ୍ରମ ପରିଚାଳନାରେ ବନ ବିଭାଗ କର୍ମଚାରୀମାନେ ସହଯୋଗ କରିଥିଲେ I ପ୍ରଧାନ ଶିକ୍ଷକ ଶ୍ରୀ ଗୌଡ଼ ଧନ୍ୟବାଦ ଜ୍ଞାପନ କରିଥିଲେ I

Comments are closed.