ବ୍ରହ୍ମପୁର, ତା ୨୮.୧୧.୨୦୨୨ : ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏହି ଜନ ଅଭିଯୋଗ ଶୁଣାଣୀରେ ଉପଖଣ୍ଡ ସ୍ତରୀୟର ସମୁଦାୟ ମୋଟ ୯୭ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୮୮ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୭ଟି, ଦୁଇ ଜଣକୁ ରେଡ୍ କ୍ରସ ପାଣ୍ଠିରୁ ୫୦୦୦/- ଟଙ୍କା ପ୍ରଦାନ କରାଯାଇଛି ଓ ୮୯ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ମିଳିତ ଜନ ଅଭିଯୋଗ ଶୁଣାଣୀର ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ ।
ଆଜିର ଶୁଣାଣୀ ସମୟରେ ମହାନଗର ନିଗମ କମିଶନର ଜେ.ସୋନାଲ୍, ଆରକ୍ଷୀ ଅଧିକ୍ଷକ ଶ୍ରବଣ ବିବେକ ଏମ , ମୁଖ୍ୟ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଞ୍ଜାମ ୱି କୀର୍ତ୍ତି ୱାସନ, ବ୍ରହ୍ମପୁର ଉପଜିଲ୍ଲାପାଳ ଆଶୁତୋଷ କୁଲକର୍ଣି ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।
