Odisha news

ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଆଭାସି ମାଧ୍ୟମରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ : କମ୍‌ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ମୋ ବସ ସେବାର ଲକ୍ଷ୍ୟ

0
ବ୍ରହ୍ମପୁର :  ବ୍ରହ୍ମପୁର ସହରରେ  ‘ମୋ ବସ୍‌’ ସେବାର  ଆଭାସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି। ସହରରେ ଆଜି ୧୫ଟି  ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି।  ଏହି ବସ୍‌ ଚଳାଚଳ  ବ୍ରହ୍ମପୁର ସହରରେ ଏମ୍‌.କେ.ସି.ଜି ମେଡିକାଲ କଲେଜ- ଇଂଜିନିୟରିଂ ସ୍କୁଲ-ରେଲୱେ ଷ୍ଟେସନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ  ଚଳାଚଳ କରିବ।  ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର। 5T ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡେ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି। ମୋ ବସ୍‌ ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡିଶା ଦିଗରେ  ଶକ୍ତିଶାଳୀ କରିବ। ସହର ଭିତରେ ଏବଂ ଆଖପାଖ ଅଞ୍ଚଳକୁ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ଯିବାଆସିବା କରି ପାରିବେ। ମୋ ବସ୍‌ ପାଇଁ ଉଭୟ କ୍ୟାସ୍ ଓ ଡିଜିଟାଲ ମୋଡ୍‌ରେ ପେମେଣ୍ଟ ବ୍ୟବସ୍ଥା ସହିତ ‘ମୋ ବସ୍‌ କାର୍ଡ ଟ୍ୟାପ ଆଣ୍ଡ ପେ’ ସୁବିଧା କରାଯାଇଛି। ଆଜି ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ଜିଲ୍ଲା ସଭାପତି ଡ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ମେୟର ସଂଘମିତ୍ରା ଦଳେଇ ଓ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ଥିଲେ।
Ad2
Leave A Reply