ବେତନଟୀ : ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଂଚାର ବ୍ୟୁରୋ , ବାଲେଶ୍ଵର ପକ୍ଷରୁ ମିଶନ ଲାଇଫ ଏବଂ ହର ଘର ଜଳ ଉପରେ ଏକ ସଚେତନତା କର୍ମଶାଳା ବୈଶିଙ୍ଗା ସ୍ଥିତ ମହାତ୍ମା ଗାନ୍ଧୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣ ରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଛାତ୍ରଛାତ୍ରୀ, ଅଧ୍ୟାପକ/ଅଧ୍ୟାପିକ ଯୋଗ ଦେଇଥିଲେ। ଅତିଥି ଭାବେ ଡାକ୍ତର ଗୋବିନ୍ଦ ଚନ୍ଦ୍ର ବିଶ୍ଵାଳ ଏବଂ ବେତନଟୀ ଜଳ ଓ ପରିମଳ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଦୁର୍ଯ୍ୟୋଧନ ମୁଣ୍ଡା ଯୋଗ ଦେଇ ଦୈନନ୍ଦିନ ଜୀବନର ଆଚରଣରେ ସୁଧାର ଅଣାଯାଇ କିପରି ପରିବେଶ ସୁରକ୍ଷା ଓ ସଂରକ୍ଷଣ କରାଯାଇ ପାରିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ନେଇ ସଚେତନତା ଶୋଭାଯାତ୍ରା ଗାଁ ପରିକ୍ରମା କରିବା ପରେ ବକ୍ତୃତା , ଚିତ୍ରାଙ୍କନ, ରଙ୍ଗୋଲି ଏବଂ କ୍ୟୁଜ ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀଙ୍କୁ କେନ୍ଦ୍ରୀୟ ସଂଚାର ବ୍ୟୁରୋ ପକ୍ଷରୁ ପୁରସ୍କାର ଏବଂ ମାନପତ୍ର ପ୍ରଦାନ କରାଯାଇଥିଲା। କ୍ଷେତ୍ର ପ୍ରଚାର ଅଧିକାରୀ ନିର୍ମାଲ୍ୟ ବେହେରା ସଭା ପରିଚାଳନା କରିଥିବା ବେଳେ ସହଯୋଗୀ ଖଗେସ ବାଇପାଇ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ କେନ୍ଦ୍ରୀୟ ସଂଚାର ବ୍ୟୁରୋ , ଭୁବନେଶ୍ଵର ପକ୍ଷରୁ ବିନୋରୀ ୱେଲଫେୟାର ସଂସ୍ଥାର କଳାକାର ମାନେ ସୂଚନା ଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ନାଚଗୀତ ମାଧ୍ୟମରେ ଏହି ସଚେତନତା କାର୍ଯ୍ୟକ୍ରମକୁ ଅତିଥି ମାନେ ପ୍ରଶଂସା କରିଥିଲେ।
