ବେତନଟୀ : ବେତନଟୀ ବ୍ଳକ ପରିସରରେ ଥିବା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ସୋମବାର ବ୍ଳକ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବେତନଟୀ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ. ଅମୃତ କୁମାର ରାହୁଳଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ବ୍ଳକ ଅଧ୍ୟକ୍ଷା କୌଶଲ୍ୟା ମାଝୀ, ଜିଲ୍ଲା ପରିଷଦ ସଦସ୍ୟ ବିଶ୍ଵନାଥ ହେମ୍ବ୍ରମ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ୍ନ ଅଧିକାରୀ ଗଗନ ବିହାରୀ ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ । ବ୍ଳକର ବିଭିନ୍ନ ବିଭାଗର ଅଧିକାରୀ ଓ ପଞ୍ଚାୟତରାଜ ର ସମସ୍ତ ପ୍ରତିନିଧି ଉପସ୍ଥିତ ଥିଲେ । ବେତନଟୀ ବ୍ଲକର ୧୬ ଗୋଟି ଗ୍ରାମରେ ବିପର୍ଯ୍ୟୟ ପରିଚାଳନା ଯୋଜନା ହେବା ପାଇଁ ବ୍ଳକର ନୋଡାଲ ଅଫିସର ସୁଶାନ୍ତ କୁମାର ରାହୁଳ ଉପସ୍ଥିତ ହୋଇ ବିପର୍ଯ୍ୟୟ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ । ସମସ୍ତ ପଞ୍ଚାୟତରାଜ ପ୍ରତିନିଧି ଓ ବିଭାଗୀୟ ଅଧିକାରୀ ମାନଙ୍କୁ ଉକ୍ତ କାର୍ଯ୍ୟକ୍ରମରେ ସହଯୋଗ କରିବାପାଇଁ ଗୋଷ୍ଠୀ ଉନ୍ନୟନ୍ନ ଅଧିକାରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ । ସର୍ବଶେଷରେ ବ୍ଳକର ସେକ୍ସନ ଅଧିକାରୀ ଜୟନ୍ତ କୁମାର ଗିରି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
