ଭଞ୍ଜନଗର : ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଉପସ୍ଥିତ ରହି ସର୍ବ ପ୍ରଥମେ ଭିନ୍ନକ୍ଷମମାନଙ୍କ ଅଭିଯୋଗ ଏବଂ ପରେ ସାଧାରଣ ଅଭିଯୋଗଗୁଡିକର ଶୁଣାଣି କରିଥିଲେ । ସମ୍ମୁଦାୟ ୧୬ଟି ପତ୍ର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଗ୍ରହଣ କରିଥିଲେ । ଦିବ୍ୟାଙ୍ଗମାନଙ୍କ ନିକଟରୁ ୨ଟି ଅଭିଯୋଗ ପତ୍ର ଆସିଥିଲା ବେଳେ ୧୪ଟି ସାଧାରଣ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି ।
ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ସହାୟକ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳି ମାଝୀ, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ୍ ମହାନ୍ତି, ଏଷ୍ଟାବ୍ଳିଶମେଣ୍ଟ ଅଫିସର ଅନିଲ କୁମାର ପଣ୍ଡା, ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଅତିରିକ୍ତ ତହସିଲଦାର ନିହାର ରଞ୍ଜନ ବେହେରା, ଆସିଷ୍ଟାଣ୍ଟ ଇଞ୍ଜିନିୟର ଜନ ସ୍ଵାସ୍ଥ୍ୟ ବିଭାଗ ନିତ୍ୟାନନ୍ଦ ବେହେରା, ଆସିଷ୍ଟାଣ୍ଟ ଇଞ୍ଜିନିୟର ଜଳସେଚନ ବିଭାଗ ରଶ୍ମି ରଞ୍ଜନ ରଥ ସମେତ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଉପଜିଲ୍ଲାପାଳଙ୍କ ଅଫିସର କର୍ମଚାରୀ ସୁରଭି ପ୍ରଧାନ, ବିବେକାନନ୍ଦ ମିଶ୍ର, ବଳରାମ ଯାନୀ ପ୍ରଭୃତି ସହଯୋଗ କରିଥିଲେ ।