Odisha news

ବିଜୟ ମହାନ୍ତିଙ୍କ ବିୟୋଗରେ ସମଗ୍ର ରାଜ୍ୟରେ ଶୋକର ଛାୟା : ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସଂପନ୍ନ କରାଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା

0

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଜଗତର  ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ଦିବଂଗତ ବିଜୟଙ୍କ  ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଆସନ୍ତାକାଲି ସଂପନ୍ନ କରାଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ବିଜୟ ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରି କହିଛନ୍ତି-‘ବର୍ଷୀୟାନ ଅଭିନେତା ବିଜୟ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ଅଗଣିତ କଳାପ୍ରେମୀଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।’

ସେହିପରି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବିଜୟ ମହାନ୍ତିଙ୍କ ପରଲୋକ ନେଇ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଖ୍ୟାତିସମ୍ପନ୍ନ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଁ ଗଭୀର ଭାବରେ ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । ପିଢି ପରେ ପିଢି ତାଙ୍କର ପ୍ରଶଂସକଙ୍କୁ ସେ କଳାର ଯାଦୁରେ ବାନ୍ଧି ରଖି ପାରିଥିଲେ ।

ବିଜୟ ମହାନ୍ତିଙ୍କ ବିୟୋଗରେ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକପ୍ରକାଶ କରିଛନ୍ତି । ସେ କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ରକୁ ତାଙ୍କର ଅବଦାନ ଅତୁଳନୀୟ । ସେ ସବୁଦିନ ପାଇଁ ମନେରହିବେ । ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅବସାନ ବୋଲି ସେ କହିଛନ୍ତି । ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ମଧ୍ୟ ବିଜୟ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ଥିଲେ ଜଣେ ଦକ୍ଷ ଅଭିନେତା, ଚିରଦିନ ପାଇଁ ସ୍ମରଣୀୟ ରହିବେ । ଏତଦବ୍ୟତୀତ ବିଜୟଙ୍କ ପରଲୋକରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଅଭିନେତା ଉତ୍ତମ ମହାନ୍ତି, ଶ୍ରୀତମ ଦାସ, ଅଭିନେତ୍ରୀ ଅର୍ଚ୍ଚିତା ସାହୁ, ଅନୁ ଚୌଧୁରୀ, ନାଟ୍ୟକାର ମନୋଜ ପଟ୍ଟନାୟକ ଏବଂ ଓଡ଼ିଆ ଚଳଚ୍ଚିତ୍ର ଜଗତର ବହୁ ଜଣାଶୁଣା ବ୍ୟକ୍ତିତ୍ବ  ଶୋକ ପ୍ରକାଶ କରିଛନ୍ତି ।

Nalco

Leave A Reply