ଭୁବନେଶ୍ୱର, ୧୭/୧୧/୨୦୨୩:ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ନାରାୟଣ ପ୍ରସାଦ ଜେନାଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ଆଜି ଶଙ୍ଖ ଭବନ ଠାରେ ଦଳର ଉପସଭାପତି ତଥା ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର ଓ ରାଜ୍ୟସଭା ସାଂସଦ ଶ୍ରୀ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।ଦଳରେ ସାମିଲ୍ହୋଇଥିବା ଶତାଧିକ କଂଗ୍ରେସ କର୍ମୀଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଦଳକୁ ସ୍ୱାଗତ କରିଥିଲେ ।ବିଜୁ ଜନତା ଦଳରେ କଂଗ୍ରେସ କର୍ମୀଙ୍କ ଯୋଗ ଦାନ ଫଳରେ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ଶ୍ରୀ ମଙ୍ଗରାଜ କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ହୋଇଥିବା କଂଗ୍ରେସ ନେତା ନାରାୟଣ ପ୍ରସାଦ ଜେନା ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପି୍ରମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ କଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦେଲୁ ବୋଲି କହିଥିଲେ । ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ବୋଲି ପ୍ରକାଶ କରିଥିଲେ ।
ଏହି ମିଶ୍ରଣ ପର୍ବରେ କନକପୁର ଗ୍ରାମପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ତଥା କନକପୁର ସମବାୟ ସମିତି ସଭାପତି ଅଜୟ କୁମାର ରାଉଳ, କନକପୁର ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ପର୍ଶୁରାମ ଭଟ୍ଟ, କନକପୁର ଗ୍ରାମପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ସତ୍ୟ ଭୂଷଣ ଦାସ, ପୂର୍ବତନ ନାଏବ ସରପଞ୍ଚ କ୍ଷୀରୋଦ ଚନ୍ଦ୍ରସେଠୀ, ଗୋବିନ୍ଦପୁର ପାଣିପଞ୍ଚାୟତର ସଭାପତି ରଶ୍ମି ରଞ୍ଜନ ପରିଜା, ତିର୍ତ୍ତୋଲ ବ୍ଲକ କଂଗ୍ରେସ କମିଟି ଉପସଭାପତି ସଞ୍ଜୟ ମହାନ୍ତି, ତିର୍ତ୍ତୋଲ ବ୍ଲକର ବରିଷ୍ଠ କଂଗ୍ରେସ ନେତା ନୃସିଂହ ଚରଣ ଲେଙ୍କା, ଅଶୋକ କୁମାର ସାହୁ, ପ୍ରଫୁଲ୍ଲ ଚନ୍ଦ୍ର ଭଟ୍ଟ, ଜଗତସିଂହପୁର ଜିଲ୍ଲା ଛାତ୍ର କଂଗ୍ରେସ ସମ୍ପାଦକ ଶୁଭ୍ରଜିତ ଲେଙ୍କା, ତିର୍ତ୍ତୋଲ ବ୍ଲକ ଯୁବକଂଗ୍ରେସ ସମ୍ପାଦକ ଦେବୀ ପ୍ରସାଦ ରାଉଳ ଓ ଦୀନେଶ ମହାନ୍ତିଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ୍ହୋଇଥିଲେ । ଏହି ମିଶ୍ରଣ ପର୍ବରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।