Odisha news

ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଶୋକ , ଆହତ ଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

0

ଭୁବନେଶ୍ବର 25 ନଭେମ୍ବର ୨୦୨୩ : ଆଜି ମାଲକାନଗିରି ର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ 5 ଜଣ ଶ୍ରମିକ ଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି l ଏହି ଦୁର୍ଘଟଣାରେ ଆହତ 8 ଜଣ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି  , ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି

Nalco
Leave A Reply