Odisha news

ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ : ୩୩୧୦ ଭୋଟରେ ଆଗୁଆ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ

0

ଜଗତସିଂହପୁର: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ଦ୍ବିତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୩୧୦ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୭୮୬୭ଟି ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୪୫୫୭ଟି ଭୋଟ୍  ମିଳିଛି। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ  ହିମାଂଶୁ ଶେଖର ମଲ୍ଲିକ ୧୦୫୭ଟି ଭୋଟ୍ ପାଇଛନ୍ତି ।

ସେହିପରି ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୦୭୮ ଭୋଟରେ ଆଗୁଆ ରହିଥିଲେ । ମିଳିଥିବା ସୂଚନା ଅନୁଯାୟୀ, ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୩୮୫୨ଟି ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୭୭୪ଟି ଭୋଟ୍  ମିଳିଥିଲା । ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ  ହିମାଂଶୁ ଭୂଷଣ ମଲ୍ଲିକ ୪୪୨ଟି ଭୋଟ୍ ପାଇଥିଲେ ।

Nalco
Leave A Reply